ଦିଲ୍ଲୀ: ଜୁନ୍ ୦୧ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୭୪୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୧ ଲକ୍ଷ ୬୦ ହଜାର ୮୩୨ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଆଜିର ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୧୮ ହଜାର ୩୮୬ ଜଣ ସକ୍ରିୟ ରୋଗୀ ରହିଛନ୍ତି ।
ସେହିପରି ଆଜି ୨, ୨୩୬ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୬ ଲକ୍ଷ ୧୭ ହଜାର ୮୧୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୬ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୬୩୬ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
Comments are closed.