ଥମୁନି କରୋନା ସଂକ୍ରମଣ: ଆଜି ଦେଶରେ ୩,୭୧୪ ନୂଆ ସଂକ୍ରମିତ ଚିହ୍ନଟ

ଦିଲ୍ଲୀ: ଜୁନ୍‌ ୦୭ : ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାକୁ ଦେଖି ପୁଣି କେତେକ ରାଜ୍ୟରେ ମାସ୍କକୁ ବାଧ୍ୟତାମୂଳକ କରାଗଲାଣି । ଆଜିର ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର ୭୧୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛିନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୧ ଲକ୍ଷ ୮୫ ହଜାର ୪୯ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୨୬ ହଜାର ୯୭୬ ଜଣ ସକ୍ରିୟ ରୋଗୀ ରହିଛନ୍ତି ।

ଅନ୍ୟପକ୍ଷରେ, ଆଜି ୨ ହଜାର ୫୧୩ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୬ ଲକ୍ଷ ୩୩ ହଜାର ୩୬୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୭ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୭୦୮ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

Comments are closed.