ଦିଲ୍ଲୀ: ଜୁନ୍ ୦୮ : ଧୀରେ ଧୀରେ ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ୁଥିବା ନଜର ଆସୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫ ହଜାର ୨୩୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛିନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୧ ଲକ୍ଷ ୯୦ ହଜାର ୨୮୨ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୨୮ ହଜାର ୮୫୭ ଜଣ ସକ୍ରିୟ ରୋଗୀ ରହିଛନ୍ତି ।
ମହାରାଷ୍ଟ୍ରରେ ସର୍ବାଧିକ ୧, ୮୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ କେରଳରେ ୧, ୪୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଅନ୍ୟପକ୍ଷରେ, ଆଜି ୩ ହଜାର ୩୪୫ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୬ ଲକ୍ଷ ୩୬ ହଜାର ୭୧୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୭ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୭୧୫ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
Comments are closed.