ପୁଣି ଡରାଇଲାଣି କରୋନା : ୨୪ ଘଣ୍ଟାରେ ଦେଶରେ ୮ ହଜାରୁ ଅଧିକ ସଂକ୍ରମିତ ଚିହ୍ନଟ

ଦିଲ୍ଲୀ: ଜୁନ୍‌ ୧୧ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାର ୩୨୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛିନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୨ ଲକ୍ଷ ୧୩ ହଜାର ୪୩୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୪୦ ହଜାର ୩୭୦ ଜଣ ସକ୍ରିୟ ରୋଗୀ ରହିଛନ୍ତି ।

ଅନ୍ୟପକ୍ଷରେ, ଆଜି ୪ ହଜାର ୨୧୬ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୬ ଲକ୍ଷ ୪୮ ହଜାର ୩୦୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୧୦ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୭୫୭ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

Comments are closed.