ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ: ହୋଇପାରେ ସଟ୍‌ଡାଉନ୍‌

ଦିଲ୍ଲୀ: ଜୁନ୍‌ ୧୮ : ଦେଶରେ କରୋନ ସଂକ୍ରମଣ ଦିନକୁ ଦିନ ବଢ଼ିଲାଣି । ଯଦି ଏହିପରି କ୍ରମାଗତ ଭାବେ ସଂକ୍ରମଣ ବୃଦ୍ଧି ପାଏ, ତେବେ ଦେଶରେ ପୁଣି ଥରେ ସଟ୍‌ଡାଉନ୍‌ କାର୍ଯ୍ୟକାରୀ ହେବ ବୋଲି ଚର୍ଚ୍ଚା ହେଉଛି ।

ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାର ୨୧୬ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୨ ଲକ୍ଷ ୮୩ ହଜାର ୭୯୩ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ମହାରାଷ୍ଟ୍ରରେ ସର୍ବାଧିକ ୪, ୧୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ କେରଳରେ ୩, ୧୬୨ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୬୮ ହଜାର ୧୦୮ ଜଣ ସକ୍ରିୟ ରୋଗୀ ରହିଛନ୍ତି ।

ଅନ୍ୟପକ୍ଷରେ, ଆଜି ୮ ହଜାର ୧୪୮ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୬ ଲକ୍ଷ ୯୦ ହଜାର ୮୪୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୨୩ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୮୪୦ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

Comments are closed.