ଦିଲ୍ଲୀ: ଜୁନ୍ ୨୧ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୯୨୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୩ ଲକ୍ଷ ୧୯ ହଜାର ୩୯୬ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ମହାରାଷ୍ଟ୍ରରେ ସର୍ବାଧିକ ୨, ୩୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ କେରଳରେ ୨, ୭୮୬ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୭୯ ହଜାର ୩୧୩ ଜଣ ସକ୍ରିୟ ରୋଗୀ ରହିଛନ୍ତି ।
ଅନ୍ୟପକ୍ଷରେ, ଆଜି ୭ ହଜାର ୨୯୩ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୭ ଲକ୍ଷ ୧୫ ହଜାର ୧୯୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୧୭ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୮୯୦ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
Comments are closed.