ଦିଲ୍ଲୀ: ନଭେମ୍ବର ୦୯: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୧୨୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧, ୯୮୨ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୭ ଲକ୍ଷ ୭୫ ହଜାର ୦୮୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୪୦ ହଜାର ୬୩୮ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୩୩୨ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ ୪ଲକ୍ଷ ୬୧ ହଜାର ୩୮୯ କରୋନା ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇସାରିଲାଣି । ଦେଶରେ ସପ୍ତାହିକ ସଂକ୍ରମଣ ହାର ୧.୨୫ ପ୍ରତିଶତ ରହିଥିଲା ବେଳେ ଦୈନିକ ସଂକ୍ରମଣ ହାର ୦.୯୩ ପ୍ରତିଶତ ରହିଛି ।
ଦେଶରେ ମୋଟ୍ ୧୦୯ କୋଟି ୮ ଲକ୍ଷରୁ ଅଧିକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.