ଦିଲ୍ଲୀ: ନଭେମ୍ବର ୨୪: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯, ୨୮୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୯୪୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୫୭ ହଜାର ୬୯୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୧୧ ହଜାର ୪୮୧ ରହିଛି । ୨୪ ଘଣ୍ଟାରେ ଦେଶରେ ୪୩୭ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୩ ହଜାର ୬୫୫ ଜଣଙ୍କ ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୯୩ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦.୮୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୧୮. ୪୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.