୨୪ ଘଣ୍ଟାରେ ଦେଶରେ ୧୦, ୫୪୯ ସଂକ୍ରମିତ ଏବଂ ୪୮୮ ମୃତ

ଦିଲ୍ଲୀ: ନଭେମ୍ବର ୨୬: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୫୪୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୯, ୮୬୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୭୭ ହଜାର ୮୩୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୧୦ ହଜାର ୧୩୩ ରହିଛି । ୨୪ ଘଣ୍ଟାରେ ଦେଶରେ ୪୮୮ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୭ ହଜାର ୪୬୮ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୮୯ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦.୮୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୨୦. ୨୭ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Govt

Comments are closed.