ଦିଲ୍ଲୀ: ଜୁଲାଇ ୧୮ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୯୩୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୭ ଲକ୍ଷ ୬୭ ହଜାର ୫୩୪ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । କେରଳରେ ସର୍ବାଧିକ ୨ , ୬୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ ତାମିଲନାଡ଼ୁରେ ୨, ୩୧୬ ଓ ମହାରାଷ୍ଟ୍ରରେ ୨,୧୮୬ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ଏକ ଲକ୍ଷ ୪୪ ହଜାର ୨୬୪ ଜଣ ସକ୍ରିୟ ରୋଗୀ ରହିଛନ୍ତି ।
ଅନ୍ୟପକ୍ଷରେ, ଆଜି ୧୬ ହଜାର ୦୬୯ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୩୦ ଲକ୍ଷ ୯୭ ହଜାର ୫୧୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୫୧ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୫ ହଜାର ୭୬୦ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
Comments are closed.