ଦିଲ୍ଲୀ: ନଭେମ୍ବର ୩୦: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬,୯୯୦ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୧୧୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୧୮ ହଜାର ୨୯୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୫୪୩ ରହିଛି । ୨୪ ଘଣ୍ଟାରେ ଦେଶରେ ୧୯୦ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୮ ହଜାର ୯୮୦ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୬୯ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୮୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୨୩. ୨୫ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.