ଦିଲ୍ଲୀ: ଡିସେମ୍ବର ୦୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯, ୨୧୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୬୧୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୪୫ ହଜାର ୬୬୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ ହଜାର ୯୭୬ ରହିଛି । ୨୪ ଘଣ୍ଟାରେ ଦେଶରେ ୩୯୧ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୦ ହଜାର ୧୧୫ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୮୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୮୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୨୫. ୭୫ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.