ଦିଲ୍ଲୀ: ଡିସେମ୍ବର ୦୯ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯, ୪୧୯ ରହିଛି । ୨୪ ଘଣ୍ଟା ମଧ୍ୟରେ ୮, ୨୫୧ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୯୭ ହଜାର ୩୮୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୪ ହଜାର ୭୪୨ ରହିଛି । ୨୪ ଘଣ୍ଟାରେ ଦେଶରେ ୧୫୯ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୪ ହଜାର ୧୧୧ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୭୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୭୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୩୦.୩୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.