୨୪ ଘଣ୍ଟାରେ ଦେଶରେ ୮, ୫୦୩ କରୋନା ସଂକ୍ରମିତ ଏବଂ ୬୨୪ ମୃତ

ଦିଲ୍ଲୀ: ଡିସେମ୍ବର ୧୦ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୫୦୩ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୬୭୮ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୫ ହଜାର ୬୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୪ ହଜାର ୯୪୩ ରହିଛି । ୨୪ ଘଣ୍ଟାରେ ଦେଶରେ ୬୨୪ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୪ ହଜାର ୭୩୫ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୭୨ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୬୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୩୧.୧୮ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.