୨୪ ଘଣ୍ଟାରେ ଦେଶରେ ୫, ୩୨୬ କରୋନା ସଂକ୍ରମିତ ଏବଂ ୪୫୩ ମୃତ

ଦିଲ୍ଲୀ: ଡିସେମ୍ବର ୨୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫, ୩୨୬ ରହିଛି । ୨୪ ଘଣ୍ଟା ମଧ୍ୟରେ ୮, ୦୪୩ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୯୫ ହଜାର ୦୬୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୯ ହଜାର ୦୯୭ ରହିଛି । ୨୪ ଘଣ୍ଟାରେ ଦେଶରେ ୪୫୩ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୮ ହଜାର ୭ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୫୯ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୫୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୩୮.୩୫ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Launching Ceremony of “AYUSHMAN BHARAT

Comments are closed.