୨୪ ଘଣ୍ଟାରେ ଦେଶରେ ୭,୪୯୫ କରୋନା ସଂକ୍ରମିତ ଏବଂ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୨୩୬

ଦିଲ୍ଲୀ: ଡିସେମ୍ବର ୨୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭, ୪୯୫ ରହିଛି । ୨୪ ଘଣ୍ଟା ମଧ୍ୟରେ ୬, ୯୬୦ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୦୮ ହଜାର ୯୨୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୮ ହଜାର ୨୯୧ ରହିଛି । ୨୪ ଘଣ୍ଟାରେ ଦେଶରେ ୪୩୪ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୮ ହଜାର ୭୫୯ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୫୯ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୬୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୩୯.୭୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୨୩୬ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ୬୫ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଥିଲା ବେଳେ ଦିଲ୍ଲୀରେ ୬୪, ତେଲଙ୍ଗନାରେ ୨୪ ଜଣ ସଂକ୍ରମିତ ହୋଇସାରିଛନ୍ତି ।

Comments are closed.