ଦିଲ୍ଲୀ: ଜାନୁଆରୀ ୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨, ୭୭୫ ରହିଛି । ୨୪ ଘଣ୍ଟା ମଧ୍ୟରେ ୮, ୯୪୯ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୭୫ ହଜାର ୩୧୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧, ୦୪, ୭୮୧ ରହିଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୧୦ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୦୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୪୫. ୧୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
ଅନ୍ୟପକ୍ଷରେ, ଦେଶରେ ୧,୪୩୧ ଜଣ ଓମିକ୍ରନ୍ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୪୮୮ ଜଣ ସୁସ୍ଥ ହୋଇଛନ୍ତି ।

Comments are closed.