ଦେଶରେ ବଢ଼ିଛୁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦ ହଜାରକୁ ଟପିଲା

ଦିଲ୍ଲୀ: ଜାନୁଆରୀ ୦୬ : ଧୀରେ ଧୀରେ ଦେଶରେ କରୋନା ପୁଣି ତା’ର ପ୍ରକୋପ ବିସ୍ତାର କରିବାକୁ ଲାଗିଲାଣି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦, ୯୨୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୯, ୨୦୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୭.୮୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୩ ଲକ୍ଷ ୪୧ ହଜାର ୦୦୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ଲକ୍ଷ ୮୫ ହଜାର ୪୦୧ ରହିଛି ଏବଂ ୩୨୫ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୩. ୪୭ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୬. ୪୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୪୮ .୬୭ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୨, ୬୩୦ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୯୯୫ ଜଣ ସୁସ୍ଥ ହୋଇସାରିଛନ୍ତି ।

Comments are closed.