୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷରୁ ଅଧିକ ଏବଂ ୫୭୩ ମୃତୁ୍ୟ

ଦିଲ୍ଲୀ: ଜାନୁଆରୀ ୨୭ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୬ ହଜାର ୩୮୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୦୬ ହଜାର ୩୫୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୩୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୭୬ ଲକ୍ଷ ୭୭ ହଜାର ୩୨୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୨ ଲକ୍ଷ ୦୨ ହଜାର ୪୭୨ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୭.୭୫ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧୯ .୫୯ ପ୍ରତିଶତ ରହିଛି । ସେହିପରି ଦେଶରେ ୨୪ ଘଣ୍ଟାରେ ୫୭୩ ଜଣ ପ୍ରାଣ ହରାଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୬୩. ୮୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Launching Ceremony of “AYUSHMAN BHARAT

Comments are closed.