ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୫୮,୦୭୭ ସଂକ୍ରମିତ ଚିହ୍ନଟ ଏବଂ ଲକ୍ଷେ ୫୦ ହଜାର ଉର୍ଦ୍ଧ୍ୱ ସୁସ୍ଥ

ଦିଲ୍ଲୀ: ଫେବୃଆରୀ ୧୧ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୮ ହଜାର ୦୭୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୫୦ ହଜାର ୪୦୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭. ୧୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୧୩ ଲକ୍ଷ ୩୧ ହଜାର ୧୫୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୬ ଲକ୍ଷ ୯୭ ହଜାର ୮୦୨ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୫. ୭୬ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୩ .୮୯ ପ୍ରତିଶତ ରହିଛି । ସେହିପରି ଦେଶରେ ୨୪ ଘଣ୍ଟାରେ ୬୫୭ ଜଣ ପ୍ରାଣ ହରାଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୧. ୭୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.