୨୪ ଘଣ୍ଟାରେ ରାଜ୍ୟରେ ୪୩୩ କରୋନା ସଂକ୍ରମିତ ଓ ୩୬୦ ସୁସ୍ଥ

ଭୁବନେଶ୍ୱର: ଅକ୍‌ଟୋବର ୨୬ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧, ୯୩୫ ସ୍ୱାବ ଟେଷ୍ଟ ମଧ୍ୟରୁ ୪୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୯ ହଜାର ୨୬୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୩୬୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୬ ହଜାର ୨୭୭ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୧୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୬୨୩ ରହିଛି ।

 

Comments are closed.