୨୪ ଘଣ୍ଟାରେ ରାଜ୍ୟରେ ୨୨୯ ଜଣ କରୋନା ସଂକ୍ରମିତ ଏବଂ ୩ ମୃତ

ଭୁବନେଶ୍ୱର: ନଭେମ୍ବର ୧୮ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୩୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୬ ହଜାର ୩୧୭ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ୨୪ ଘଣ୍ଟାରେ ୩ ଜଣ ସଂକ୍ରମିତଙ୍କର ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୩୮୬ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ସେହିପରି ୨୪ ଘଣ୍ଟାରେ ୨୬୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୫ ହଜାର ୨୬୨ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୬୧୬ ରହିଛି ।

Comments are closed.