୨୪ ଘଣ୍ଟାରେ ରାଜ୍ୟରେ ୨୧୯ ଜଣ କରୋନା ସଂକ୍ରମିତ ଏବଂ ୨ ମୃତ

ଭୁବନେଶ୍ୱର: ନଭେମ୍ବର ୨୬ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮, ୭୧୫ ସ୍ୱାବ ଟେଷ୍ଟ ମଧ୍ୟରୁ ୨୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୮୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୮ ହଜାର ୨୨୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୨୩୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୭ ହଜାର ୩୮୭ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୦୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୩୮୫ ରହିଛି ।

Launching Ceremony of “AYUSHMAN BHARAT

Comments are closed.