୨୪ ଘଣ୍ଟାରେ ରାଜ୍ୟରେ ୧୭୩ କରୋନା ଚିହ୍ନଟ ଏବଂ ୩୦୭ ସୁସ୍ଥ

ଭୁବନେଶ୍ୱର: ଡିସେମ୍ବର ୧୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୮୬ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୧ ହଜାର ୪୧୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୩୦୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା କରୋନା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୫୧ ହଜାର ୪୧୪ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨,୦୦୧ ରହିଛି ।

Launching Ceremony of “AYUSHMAN BHARAT

Comments are closed.