୨୪ ଘଣ୍ଟାରେ ରାଜ୍ୟରେ ୧୪୧ କରୋନା ସଂକ୍ରମିତ ଚିହ୍ନଟ ଏବଂ ୧୭୨ ସୁସ୍ଥ

ଭୁବନେଶ୍ୱର: ଡିସେମ୍ବର ୨୪ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭, ୯୬୭ ସ୍ୱାବ ଟେଷ୍ଟ ମଧ୍ୟରୁ ୧୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୮୪ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୫୭ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୩ ହଜାର ୬୪୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୧୭୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୩ ହଜାର ୩୯୧ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୫୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୭୫୧ ରହିଛି ।

Comments are closed.