ରାଜ୍ୟରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୫, ୯୦୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଜାନୁଆରୀ ୨୭ : ଗତକାଲି ଅପେକ୍ଷା ଆଜି ରାଜ୍ୟରେ କରୋନା ସଂକ୍ରମିତିଙ୍କ ସଂଖ୍ୟା କମ୍‌ ରହିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩, ୨୦୯ ସ୍ୱାବ ଟେଷ୍ଟ ମଧ୍ୟରୁ ୫, ୯୦୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୩୯ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଯାହା ଏକ ଆଶ୍ୱସ୍ତିକର କଥା । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩, ୪୧୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨, ୪୮୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୨ ଲକ୍ଷ ୩୧ ହଜାର ୧୬୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୧୦ ହଜାର ୦୭୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୧ ଲକ୍ଷ ୫୨ ହଜାର ୨୩୯ ଜଣ ସୁସ୍ଥ ହୋଇସାରିଲେଣି । ସେହିପରି ଦେଶରେ କରୋନରେ ୮ ଜଣଙ୍କର ମୃତୁ୍ୟ ହୋଇଛି । ଏହାକୁ ମିଶାଇ ଏବେ ରାଜ୍ୟରେ କରୋନାରେ ୮ ହଜାର ୫୫୦ ଜଣଙ୍କର ମୃତୁ୍ୟ ହୋଇସାରିଲାଣି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭୦ ହଜାର ୩୨୭ ରହିଛି ।

Comments are closed.