୨୪ ଘଣ୍ଟାରେ ରାଜ୍ୟରେ ୬୧୫ କରୋନା ସଂକ୍ରମିତ ଏବଂ ୫୪୬ ସୁସ୍ଥ

ଭୁବନେଶ୍ୱର: ଅକ୍‌ଟୋବର ୧୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୮ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୩ ହଜାର ୨୮୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୪୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୯ ହଜାର ୭୬୪ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୭ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୨୬୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୨୦୩ ରହିଛି ।

 

Comments are closed.