୨୪ ଘଣ୍ଟାରେ ରାଜ୍ୟରେ ୫, ୦୫୭ କରୋନା ସଂକ୍ରମିତ ଏବଂ ୧୧ ହଜାରୁ ଅଧିକ ସୁସ୍ଥ

ଭୁବନେଶ୍ୱର: ଜାନୁଆରୀ ୨୮ :୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧, ୬୩୫ ସ୍ୱାବ ଟେଷ୍ଟ ମଧ୍ୟରୁ ୫, ୦୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୬୭ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ନୂଆ ସଂକ୍ରମଣଙ୍କ ମଧ୍ୟରୁ ୨, ୯୩୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨, ୧୨୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୨ ଲକ୍ଷ ୩୬ ହଜାର ୨୨୬ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୧୧ ହଜାର ୧୫୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୧ ଲକ୍ଷ ୬୩ ହଜାର ୩୯୬ ଜଣ ସୁସ୍ଥ ହୋଇସାରିଲେଣି । ସେହିପରି ଦେଶରେ କରୋନରେ ୧୦ ଜଣଙ୍କର ମୃତୁ୍ୟ ହୋଇଛି । ଏହାକୁ ମିଶାଇ ଏବେ ରାଜ୍ୟରେ କରୋନାରେ ୮ ହଜାର ୫୬୦ ଜଣଙ୍କର ମୃତୁ୍ୟ ହୋଇସାରିଲାଣି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୪ ହଜାର ୨୧୭ ରହିଛି ।

Comments are closed.