ଦିଲ୍ଲୀ: ଫେବୃଆରୀ ୦୫ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସ୍ଥିର ଥିଲା ବେଳେ ମୃତୁ୍ୟ ସଂଖ୍ୟା ବଢ଼ୁଛି । ଯାହା ଏକ ଚିନ୍ତାର ବିଷୟ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୯୫୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୩୦ ହଜାର ୮୧୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୫. ୬୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୦୨ ଲକ୍ଷ ୪୭ ହଜାର ୯୦୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୬୪୮ ରହିଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୧. ୨୧ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୭ .୯୮ ପ୍ରତିଶତ ରହିଛି । ସେହିପରି ଦେଶରେ ୨୪ ଘଣ୍ଟାରେ ୧, ୦୫୯ ଜଣ ପ୍ରାଣ ହରାଛନ୍ତି । ଏମାନଙ୍କୁ ମିଶାଇ ଏବେ ଦେଶରେ ୫, ୦୧, ୧୧୪ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୬୮. ୯୮ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.