୨୪ ଘଣ୍ଟାରେ ଦେଶରେ ୬, ୫୩୧ କରୋନା ସଂକ୍ରମିତ ଏବଂ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୫୭୮

ଦିଲ୍ଲୀ: ଡିସେମ୍ବର ୨୭ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬, ୫୩୧ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୧୪୧ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୪୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୩୭ ହଜାର ୪୯୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୫ ହଜାର ୮୪୧ ରହିଛି । ୨୪ ଘଣ୍ଟାରେ ଦେଶରେ ୩୧୫ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୯ ହଜାର ୯୯୭ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୬୩ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୮୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୪୧.୭୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୫୭୮ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୧୫୧ ଜଣ ସୁସ୍ଥ ହୋଇଛନ୍ତି ।

Launching Ceremony of “AYUSHMAN BHARAT

Comments are closed.