ଦିଲ୍ଲୀ: ସେପ୍ଟେମ୍ବର ୨୯ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮,୮୭୦ ରହିଛି । ଆଜିର ନୂଆ ଚିହ୍ନଟଙ୍କୁ ମିଶାଇ ଏବେ ଦେଶରେ ମୋଟ ୩ କୋଟି ୩୭ ଲକ୍ଷ ୧୬ ହଜାର ୪୫୧ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୮, ୧୭୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ସର୍ବାଧିକ ୯୭.୮୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୯ ଲକ୍ଷ ୮୬ ହଜାର ୧୮୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୫୨୦ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୩୭୮ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୪୭ ହଜାର ୭୫୧ ଜଣ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୮୨ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୨୫ ପ୍ରତିଶତ ରହିଛି । ଦେଶରେ ଏପର୍ଯ୍ୟନ୍ତ ୮୭. ୬୬ କୋଟିରୁ ଅଧିକ କରୋନା ଟୀକା ନେଇ ସାରିଲେଣି ।

Comments are closed.