ଆଜି ଦେଶରେ ୨୭,୨୫୪ ଜଣ କରୋନାରେ ସଂକ୍ରମିତ ଓ ୨୧୯ ମୃତ

0

ଦିଲ୍ଲୀ: ସେପ୍‌ଟେମ୍ବର ୧୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭, ୨୫୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୭,୬୮୭ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତ ଅପେକ୍ଷା କରୋନା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି , ଯାହା ଏକ ଆଶ୍ୱସ୍ତିକର ଖବର । ସେହିପରି ସୁସ୍ଥତା ହାର ୯୭.୫୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୪ ଲକ୍ଷ ୪୭ ହଜାର ୩୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୭୪ ହଜାର ୨୬୯ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୨୧୯ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪.୪୨ ଲକ୍ଷରୁ ଊର୍ଦ୍ଧ୍ୱ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨. ୧୧ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୨୬ ପ୍ରତିଶତ ରହିଛି ।

Leave A Reply

Your email address will not be published.