ଦିଲ୍ଲୀ: ସେପ୍ଟେମ୍ବର ୨୦ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦,୨୫୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪୩,୯୩୮ ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥତା ହାର ୯୭.୭୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୭ ଲକ୍ଷ ୧୫ ହଜାର ୧୦୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୧୮ ହଜାର ୧୮୧ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୨୯୫ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୪୫ ହଜାର ୧୩୩ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨.୦୭ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୫୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୩ କୋଟି ୩୪ ଲକ୍ଷ ୭୮ ହଜାର ୪୧୯ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି ।
Comments are closed.