୨୪ ଘଣ୍ଟାରେ ଦେଶରେ ୩୭,୮୭୫ କରୋନା ସଂକ୍ରମିତ ଓ ୩୯, ୧୧୪ ସୁସ୍ଥ

0

ଦିଲ୍ଲୀ: ସେପ୍‌ଟେମ୍ବର ୮ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭, ୮୭୫ ରହିଛି । ଏପର୍ଯ୍ୟନ୍ତ ଦେଶରେ ୩ କୋଟି ୩୦ ଲକ୍ଷ ୯୬ ହଜାର ୭୧୮ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଆଜି ୩୯, ୧୧୪ ଜଣ ସୁସ୍ଥ ହୋଇଛନ୍ତି । ଆଶ୍ୱସ୍ତିକର ଖବର ଯେ, ଆଜି ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥ ଲୋକଙ୍କ ସଂଖ୍ୟା ଅଧିକ ରହିଛି । ଆଜିର ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୯୧ ହଜାର ୨୫୬ ରହିଛି । ସେହିପରି ସୁସ୍ଥତା ହାର ୯୭.୪୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୨ ଲକ୍ଷ ୬୪ ହଜାର ୫୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୪୦୧ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ମୋଟ ୪ ଲକ୍ଷ ୪୧ ହଜାର ୪୪୩ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହେଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨. ୪୯ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୧୬ ପ୍ରତିଶତ ରହିଛି । ଦେଶରେ ୬୯.୯୦ କୋଟିରୁ ଅଧିକ କରୋନା ଟିକା ନେଇସାରିଲେଣି ।

Leave A Reply

Your email address will not be published.