୨୪ ଘଣ୍ଟାରେ ରାଜ୍ୟରେ ୪୪୪ କରୋନା ସଂକ୍ରମିତ ଏବଂ ୬୪୬ ସୁସ୍ଥ

0

ଭୁବନେଶ୍ୱର: ସେପ୍‌ଟେମ୍ବର ୨୭ : ଆଜି ରାଜ୍ୟରେ ୬୨, ୭୧୫ ସ୍ୱାବ ଟେଷ୍ଟ ମଧ୍ୟରୁ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୯ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୪ ହଜାର ୭୬୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୪୬ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୦ ହଜାର ୮୨୯ ଜଣ ସୁସ୍ଥ ହୋଇସାରିଲେଣି । ରାଜ୍ୟରେ କରୋନା ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛ, ଯାହା ଏକ ଆଶ୍ୱସ୍ତିକର କଥା । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୭୦୨ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୮୦ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

 

Leave A Reply

Your email address will not be published.