୨୪ ଘଣ୍ଟାରେ ରାଜ୍ୟରେ ୫୬୫ କରୋନା ସଂକ୍ରମିତ ଏବଂ ୬୩୪ ସୁସ୍ଥ

ଭୁବନେଶ୍ୱର: ସେପ୍‌ଟେମ୍ବର ୨୯ : ଆଜି ରାଜ୍ୟରେ ୫୮, ୬୩୫ ସ୍ୱାବ ଟେଷ୍ଟ ମଧ୍ୟରୁ ୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୩ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୩୭ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୫ ହଜାର ୮୭୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୩୪ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୨ ହଜାର ୧୧୬ ଜଣ ସୁସ୍ଥ ହୋଇସାରିଲେଣି । ରାଜ୍ୟରେ କରୋନା ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୫୧୩ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୫ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୯୨ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

 

 

Comments are closed.