ଉତ୍କଳ ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଅପ୍ରେଲ୍‌ ୦୧: ଆଜି ଉତ୍କଳ ଦିବସ ଉପଲକ୍ଷେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଅଭିନନ୍ଦ ଜଣାଇଛନ୍ତି। ଟୁଇଟ୍ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲେଖିଛନ୍ତି: ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ। ଜଗନ୍ନାଥ, ଲିଙ୍ଗରାଜ, କୋଣାର୍କ ମନ୍ଦିର ଏବଂ ଅନ୍ୟାନ୍ୟ ସମୃଦ୍ଧ ଐତିହ୍ୟର ରାଜ୍ୟ ଓଡ଼ିଶା ବିଶ୍ୱକୁ ହିଂସା ବିବର୍ଜିତ ଶାନ୍ତି ଓ ପ୍ରୀତିର ବାର୍ତ୍ତା ଦେଇଛି। ଓଡ଼ିଶାର ପ୍ରଗତି ନିମନ୍ତେ ମୋର ଆନ୍ତରିକ ଶୁଭକାମନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଟୁଇଟ୍ର୍ରେ ଲେଖିଛନ୍ତି: ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା। ଭାରତର ପ୍ରଗତିରେ ଓଡ଼ିଶାବାସୀଙ୍କର ଅବଦାନ ଉଲ୍ଲେଖନୀୟ ଏବଂ ଓଡ଼ିଶାର ସଂସ୍କୃତି ବିଶ୍ୱବ୍ୟାପୀ ପ୍ରଶଂସିତ। ଆଗାମୀ ଦିନରେ ଓଡ଼ିଶାର ବିକାଶ ପାଇଁ ମୁଁ ପ୍ରାର୍ଥନା କରୁଛି।

Govt

Comments are closed.