କୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ଆମେ ପ୍ରସ୍ତୁତ ଅଛୁ – ସୁରେଶ ପୂଜାରୀ

0

ଭୁବନେଶ୍ୱର: ଆସନ୍ତା ୨୭ ତାରିଖ ଆଡ଼କୁ ବାତ୍ୟା ଆଶଙ୍କା । ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣପୂର୍ବ ବଙ୍ଗୋପସାଗର ରେ ଆଜି ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେବା ସମ୍ଭାବନା । ତେବେ ଏହା ନିର୍ଦ୍ଦିଷ୍ଟ ଭାବେ କେଉଁଠି ଲ୍ୟାଣ୍ଡଫଲ୍ କରିବ ସେନେଇ ସ୍ପଷ୍ଟ କରିନି IMD । ଅବପାତ ପରେ ହିଁ ଏହାର ସ୍ଥିତି ବିଷୟରେ ଅଧିକ ଜଣାପଡ଼ିବ ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି ।

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ କୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ଆମେ ପ୍ରସ୍ତୁତ ଅଛୁ । ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ହୋଇଥିବାରୁ ଆମେ ସବୁବେଳେ ପ୍ରସ୍ତୁତ ରହିଛୁ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି । ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ଅଧିକ ରହିଛି । ସ୍ୱାସ୍ଥ୍ୟ ବିଭାଗକୁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି । ପଶୁମାନଙ୍କ ସୁରକ୍ଷା ପାଇଁ ପଶୁ ସମ୍ପଦ ବିଭାଗକୁ ଆଲର୍ଟ କରାଯାଇଛି ।

Launching Ceremony of “AYUSHMAN BHARAT
Leave A Reply

Your email address will not be published.