ଭୁବନେଶ୍ୱର: ସେପ୍ଟେମ୍ବର ୨୪ : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଳକାନଗିରି, ପୁରୀ, ଖୋର୍ଧା, ନୟାଗଡ଼, କଟକ ଓ ସୁନ୍ଦରଗଡ଼ ଆଦି ରହିଛି । ସେହିପରି ସେପେଫମ୍ବର ୨୫ରୁ ୨୬ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ରହିଛି । ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଯାବତ ସମ୍ବଲପୁରରେ ସର୍ବାଧିକ ୩୪.୫ ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୨୨.୦ ଡିଗ୍ରି ସର୍ବନିମ୍ନ ତାପମାତ୍ରା ରହିଛି । ତେବେ ସେପେଫମ୍ବର ୨୬ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.