ସକ୍ରିୟ ଅବପାତ ବାତ୍ୟାର ରୂପନେଲା ବାତ୍ୟା ‘ମୋକା’, ୧୪ରେ କରିବ ଲ୍ୟାଣ୍ଡଫଲ୍
ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗଭୀର ଅବପାତର ରୂପ ନେଲା ବାତ୍ୟା ‘ମୋକା’ I ଏବେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଜି ମଧ୍ୟରାତ୍ରି ସୁଦ୍ଧା ଭୀଷଣ ରୂପ ଧାରଣ କରିବ। ମଧ୍ୟରାତ୍ରିରେ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ବା ଭୀଷଣ ବାତ୍ୟାରେ ପରିଣତ ହେବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଟ୍ୱିଟ୍ କରି ସୂଚନା ଦେଇଛନ୍ତି I ଆଜି ସକାଳେ ଘଣ୍ଟା ପ୍ରତି ୭ କିମି […]
ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗଭୀର ଅବପାତର ରୂପ ନେଲା ବାତ୍ୟା ‘ମୋକା’ I ଏବେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଜି ମଧ୍ୟରାତ୍ରି ସୁଦ୍ଧା ଭୀଷଣ ରୂପ ଧାରଣ କରିବ। ମଧ୍ୟରାତ୍ରିରେ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ବା ଭୀଷଣ ବାତ୍ୟାରେ ପରିଣତ ହେବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଟ୍ୱିଟ୍ କରି ସୂଚନା ଦେଇଛନ୍ତି I
ଆଜି ସକାଳେ ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୮.୮ ଡିଗ୍ରି ଉତ୍ତର ଅକ୍ଷାଂଶ ଓ ୮୮.୯ ଡିଗ୍ରି ପୂର୍ବ ଦ୍ରାଘିମା ନିକଟସ୍ଥ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ରହିଥିଲା। ପୂର୍ବାହ୍ନରେ ଏହା ଦକ୍ଷିଣ ପୂର୍ବ ଦିଗରେ ପୋର୍ଟ-ବ୍ଲେୟାରଠାରୁ ୫୩୦ କିମି, କକ୍ସ ବଜାର(ବାଂଲାଦେଶ)ଠାରୁ ଦକ୍ଷିଣ ଦିଗରେ ୧୪୩୦ କିମି ଏବଂ ସିଟ୍ ୱେ(ମିଆଁମାର)ଠାରୁ ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ୧୩୨୦ କିମି ଦୂରରେ ଥିଲା। ପରବର୍ତ୍ତୀ ସମୟରେ ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତରେ ପରିଣତ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ବାତ୍ୟା ‘ମୋକା’୧୪ ତାରିଖ ପୂର୍ବାହ୍ନରେ କୋକ୍ସ ବଜାର, କ୍ୟାଉକିପିୟୁ ଠାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଉପକୂଳ ଛୁଇଁଲା ବେଳେ ପବନ ୧୧୦ରୁ ୧୩୦ କି.ମି. ବେଗରେ ବୋହିପାରେ। ତେବେ ବାତ୍ୟାର ପ୍ରଭାବ ଓଡ଼ିଶା କି ଆନ୍ଧ୍ରପ୍ରଦେଶ ଉପରେ ପଡ଼ିବନି। ବାତ୍ୟା ଜନିତ ପବନ କି ବର୍ଷା ଓଡ଼ିଶା ଏବଂ ଆନ୍ଧ୍ରରେ ହେବନି’ ବୋଲି ଆଇଏମ୍ଡି ଡିଜି ସୂଚନା ଦେଇଛନ୍ତି। ସେପଟେ ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଓଡ଼ିଶାର ସମସ୍ତ ସାମୁଦ୍ରିକ ବନ୍ଦରଗୁଡ଼ିକ ପାଇଁ ଇତିମଧ୍ୟରେ ୧ ନମ୍ବର ବିପଦସଙ୍କେତ ଜାରି ହୋଇଛି।




