ଲୋପ୍ରେସରରେ ପରିଣତ ହେଲା ଲଘୁଚାପ
ଭୁବନେଶ୍ୱର: ମଇ ୦୭: ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆଜି ସକାଳେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଭାବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ୧୨ଘଣ୍ଟା ମଧ୍ୟରେ ଅବପାତ ରୂପ ନେବ। ଅବପାତ ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା […]
ଭୁବନେଶ୍ୱର: ମଇ ୦୭: ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆଜି ସକାଳେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଭାବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ୧୨ଘଣ୍ଟା ମଧ୍ୟରେ ଅବପାତ ରୂପ ନେବ। ଅବପାତ ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ତେବେ ୧୦ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି। ୯ ତାରିଖରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।




