ରାଜ୍ୟରେ ପ୍ରବେଶ କରିଛି ମୌସିମୀ ବାୟୁ
ଭୁବନେଶ୍ୱର: ଜୁନ ୨୨: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏଥିପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲା […]
ଭୁବନେଶ୍ୱର: ଜୁନ ୨୨: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏଥିପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ନବରଙ୍ଗପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜ । ଏସବୁ ଜିଲ୍ଲା ଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ଅନ୍ୟପକ୍ଷେ, ଜୁନ୍ ୧୪ ସୁଦ୍ଧା ରାଜ୍ୟରେ ମୌସୁମୀ ଋତୁର ହାରାହାରି ବର୍ଷା ୧୪.୧ ମି.ମି. ଥିଲା । ଯାହା ସ୍ୱଭାବିକ ବର୍ଷା ଠାରୁ ୮୦% ନିଅଣ୍ଟିଆ ରହିଥିଲା । ରାଜ୍ୟକୁ ମୌସୁମୀ ଅଗ୍ରସର ହେବା ସହ ଗତକାଲି ୨୧ ତାରିଖ ସୁଦ୍ଧା ଏହି ବର୍ଷା ପରିମାଣ ୭୮.୭ ମି.ମି. ସହ ୭ ଦିନରେ ୪୨% ନିଅଣ୍ଟିଆ ଭରଣ ହୋଇ ବର୍ତ୍ତମାନ ସ୍ୱଭାବିକ ବର୍ଷା ଠାରୁ ୩୮% କମ ରହିଛି ।




