ରାଜ୍ୟରେ ଆହୁରି ୪ ଦିନ ଯାଏ ଲାଗି ରହିବ ବର୍ଷା
ଭୁବନେଶ୍ୱର: ଜୁଲାଇ ୧୪: ଦକ୍ଷିଣ ଉପକୂଳ ଓ ଏହାର ଆଖପାଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବରଗଡ଼, ବଲାଙ୍ଗିର, ସୋନପୁର, […]
ଭୁବନେଶ୍ୱର: ଜୁଲାଇ ୧୪: ଦକ୍ଷିଣ ଉପକୂଳ ଓ ଏହାର ଆଖପାଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ଏବଂ ୟେଲୋ ୱାର୍ଣ୍ଣିଂ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପାଇଁ ୧୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।




