ରଜରେ ହେବନି ବର୍ଷା: ଏପଟେ ୨ ଦିନ ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍‌ ମୌସୁମୀ ବର୍ଷା । ରାଜ୍ୟରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ରାଜ୍ୟର ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ଏହି […]

Samaya Live Picture
Published On

ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍‌ ମୌସୁମୀ ବର୍ଷା । ରାଜ୍ୟରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ରାଜ୍ୟର ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ଏହି ସବୁ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାରେ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି । ସେପଟେ ଏଥର ରଜରେ ଭିଜିବନି ଓଡ଼ିଶା । ମୌସୁମୀ ବିଳମ୍ବିତ ହେଉଥିବାରୁ ଏଥର ରଜ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁ ନପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ରଜ ସୁଦ୍ଧା ଓଡ଼ିଶାକୁ ମୌସୁମୀ ଛୁଇଁବା ସମ୍ଭାବନା କ୍ଷୀଣ ବୋଲି ବରିଷ୍ଠ ପାଣିପାଗ ବିଜ୍ଞାନୀ ଆର.କେ. ଜେନାମଣି କହିଛନ୍ତି । ଏହାସହ ସେ କହିଛନ୍ତି ଯେ, ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳ ମୌସୁମୀ ଛୁଇଁଲାଣି । ଦକ୍ଷିଣ ଭାରତରେ ବି ମୌସୁମୀର ଅଗ୍ରଗତି ଉତ୍ସାହଜନକ ରହିଛି । ୧୨ ଓ ୧୩ ପୂର୍ବରୁ ମୌସୁମୀ ଓଡ଼ିଶା ଆସିବା ସମ୍ଭାବନା ନାହିଁ । ରଜରେ ଓଡ଼ିଶାକୁ ମୌସୁମୀ ଆସିବା ନେଇ ବର୍ତ୍ତମାନ ସୁଦ୍ଧା ଆକଳନ ହୋଇନି ।