୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଜୁଲାଇ ୧୩: ଆଜି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ, ଜଗତସିଂହପୁର, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛିଛ । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଢେଙ୍କାନାଳ, ବୌଦ୍ଧ, ରାୟଗଡା, ମାଲକାନଗିରି ଜିଲ୍ଲାରେ ଆବଶ୍ୟକତା ଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ପ୍ରବଳ ବର୍ଷାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଫସଲ ନଷ୍ଟ ହୋଇଛି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍‌ ଅଞ୍ଚଳରେ । ପ୍ରବଳ ବର୍ଷା ଯୋଗୁଁ ଅନେକ ଲୋକଙ୍କ ଘରେ ପାଣି ଜମି ରହିଛି । ଘର ଭିତରେ ଆଣ୍ଟୁଏ ପାଣି ସାଙ୍ଗକୁ ଶହ ଶହ ଏକର ଧାନ ଚାଷ ନଷ୍ଟ ହୋଇଯାଇଛି । ମୁଖ୍ୟ ରାସ୍ତା ଠାରୁ ଆରମ୍ଭ କରି ସହର ଏବଂ ଚାଷ ଜମି ସବୁଆଡେ ଖାଲି ପାଣି ଦେଖିବାକୁ ମିଳୁଛି ।

Govt

Comments are closed.