ଗୃହରେ ଟୋକନ୍‍ ତାତି

ସମୟ ଲାଇଭ୍‍,୨୧/୧୧: ଆଜି ବି ପ୍ରଶ୍ନକାଳ ଚାଲିପାରିଲାନି । ଗୃହ ଆରମ୍ଭରୁ କଂଗ୍ରେସ ଓ ବିଜେପି ସଦସ୍ୟ ଟୋକନ ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଥିଲେ । ଟୋକନ୍ ବ୍ୟବସ୍ଥା ପ୍ରତ୍ୟାହାର ଦାବିରେ ହଟ୍ଟଗୋଳ କରିଛନ୍ତି ବିରୋଧୀ । ବାଚସ୍ପତି ଦିନ ୩ଟା ପର୍ୟ୍ୟନ୍ତ ଗୃହକୁ ମୁଲତବି କରିଛନ୍ତି । ଗୃହ ସ୍ବାଭାବିକ ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି ।
। କଂଗ୍ରେସ ସଦସ୍ୟମାନେ ଧାନର ଅଭାବୀ ବିକ୍ରି ପ୍ରସଙ୍ଗ ଉଠାଇଥିଲେ । ସରକାର ଟୋକନ ବ୍ୟବସ୍ଥାକୁ ତୁରନ୍ତ ପ୍ରତ୍ୟାହାର ଦାବି କରି କଂଗ୍ରେସ ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ପ୍ରଶ୍ନକାଳ ବାତିଲ କରି ଏ ପ୍ରସଙ୍ଗ ଆଲୋଚନା ହେଉ ବୋଲି ଦାବି କରିଥିଲେ । କଂଗ୍ରେସ ସଦସ୍ୟ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିବାକୁ ଉଦ୍ୟମ କରିବା ସହ ବାଚସ୍ପତି ଏନେଇ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେବାକୁ ଦାବି କରିଥିଲେ ।

Comments are closed.