ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ କଣ୍ଟିନେଣ୍ଟାଲ ଟୁର୍ଣ୍ଣାମେଣ୍ଟ (ବ୍ରୋଞ୍ଜ ଲେଭେଲ) । ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ଏହି ବିଶ୍ୱ ସ୍ତରୀୟ ପ୍ରତିଯୋଗିତାର ଆୟୋଜନ କରାଯିବ । ପ୍ରତିଯୋଗିତାରେ ୧୦ରୁ ଅଧିକ ଦେଶରୁ ୧୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀଙ୍କ ଅଂଶଗ୍ରହଣ କରିବେ । ଏନେଇ ସୂଚନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଓଡ଼ିଶାରେ ବିଶ୍ୱ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାର ଆୟୋଜନ ହେବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି କ୍ରୀଡ଼ାମନ୍ତ୍ରୀ କହିଛନ୍ତି ।
କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ‘ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମରେ ବିଶ୍ୱ ସ୍ତରୀୟ ଆଥଲେଟିକ ପ୍ରତିଯୋଗିତାର ଆୟୋଜନ କରାଯିବ । ଓଡ଼ିଶାରେ ପ୍ରଥମ ଥର ପାଇଁ ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍ (ବ୍ରୋଞ୍ଜ ଲେଭେଲ) ପ୍ରତିଯୋଗିତାର ଆୟୋଜନ କରାଯିବ ।