ଆସନ୍ତା କାଲି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ଆସନ୍ତା କାଲି ମିଳିବ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ କରିବେ । ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟରେ ୧୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ। ଏହାକୁ ମିଶାଇ ରାଜ୍ୟରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ । ଏହାସହ ଯେଉଁମାନେ NPCIରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।

ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁସାରେ, ଯେଉଁମାନଙ୍କୁ ଏହି ଟଙ୍କା ମିଳିନି, ୩ ଓ ୪ ତାରିଖରେ ବ୍ୟାଙ୍କୁ ଯାଇ ଇକେୱାଇସି କ୍ଲିଅର କଲେ ଏହି ଟଙ୍କା ମିଳିବ । ଯଦି ହିତାଧିକାରୀଙ୍କୁ ବ୍ୟାଙ୍କ ଏନପିସିଆଇ କ୍ଲିଅର ହୋଇଯାଇଥିବ ସେମାନଙ୍କୁ ଏହି ପର୍ୟ୍ୟାୟରେ ଟଙ୍କା ମିଳିଯିବ । ତେବେ ଏହି ପର୍ୟ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ।

ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ଉଭୟ ପ୍ରଥମ କିସ୍ତି ଓ ଉଭୟ ଦ୍ବିତୀୟ କିସ୍ତିର ଟଙ୍କା ପାଇବେ । ୩ ଲକ୍ଷ ୩୮ ହଜାର NPCI ମଧ୍ୟରୁ ୫୯ ହଜାର NPCI କ୍ଲିୟର ହୋଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଯେପରି ଜଣେ ବି ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଯୋଜନାରୁ ବାଦ ପଡିବେନି ସେନେଇ ଗୁରୁତ୍ବ ଦିଆଯାଉଛି । ଆଜି ସମ୍ବଲପୁରରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଶୁଭାରମ୍ଭ ଅବସରରେ ପ୍ରଭାତୀ ପରିଡ଼ା ଏହା କହିଛନ୍ତି ।

Launching Ceremony of “AYUSHMAN BHARAT

Comments are closed.